ବେଲଗୁଣ୍ଠା: ତା -୨୪/୧୨(ବିଏମସି ଟିଭି ଓଡ଼ିଆ)
ଷଢଙ୍ଗୀପଲ୍ଲୀ ସ୍ଥିତ ନେଟଙ୍ଗା ମା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର(ନିର୍ଭର )ର ୨୦ତମ ବାର୍ଷିକ ଉତ୍ସବ ଅନୁଷ୍ଠାନ ସଭାପତି ଅବସରପ୍ରାପ୍ତ କୃଷି ଅଧିକାରୀ ରାଜେନ୍ଦ୍ର ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶ୍ରମ ଅଧିକାରୀ ରାୟଗଡା ବିଷ୍ଣୁ ଚରଣ ନାୟକ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ରୂପେ ଅବସରପ୍ରାପ୍ତ ଅଧ୍ୟାପକ ଗଙ୍ଗାଧର ଦାସ ଯୋଗ ଦେଇଥିଲେ । ସେହିପରି ସମ୍ମାନିତ ଅତିଥି ରୂପେ ସୋରଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିଲ୍ଲୀପ କୁମାର ସ୍ୱାଇଁ , କ୍ଷେତ୍ରୀୟବରପୁର ଆଞ୍ଚଳିକ ସ୍ନାତ୍ବକ ବିଜ୍ଞାନ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼. ଗିରିଧାରୀ ନାୟକ, ପ୍ରଧାନ ଆଚାର୍ଯ୍ୟବିଦେଶୀ ସାମଲ,ଅନୁଷ୍ଠାନ ଉପସଭାପତି ତଥା ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ହୃଷିକେଶ ବିଶ୍ୱାଳ ପ୍ରମୁଖ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ କୁ ଶିକ୍ଷାବିତ ଅଭିମନ୍ୟୁ ପଣ୍ଡା ସଂଯୋଜନା କରିଥିଲେ । ବିଦ୍ୟାଳୟ ର ବାର୍ଷିକ ବିବରଣୀ ଅନୁଷ୍ଠାନ ସମ୍ପାଦକ ଦୁର୍ଗାପ୍ରସାଦ ମିଶ୍ର ପଠନ କରିଥିଲେ । ଉପସ୍ଥିତ ଅତିଥି ମାନେ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ଉତ୍ସଵର ମହତ୍ତ୍ୱ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିବା ସହିତ ବିଭିନ୍ନ ଶୈକ୍ଷିକ ଏବଂ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହି କାଯ୍ୟକ୍ରମ ରେ ଅନୁଷ୍ଠାନ ର ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ ।
ବେଲଗୁଣ୍ଠା ରୁ ନାରାୟଣ ପଣ୍ଡାଙ୍କ ରିପୋର୍ଟ ବିଏମସି ନ୍ୟୁଜ ଓଡ଼ିଶା ।


