ସମ୍ବଲପୁର/ଜମନକିରା: ତା -୧୪/୦୨ (ବିଏମସି ଟିଭି ଓଡିଆ)
ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ ଧୁଡ଼ିପାଲି ଗ୍ରାମ ପଞ୍ଚାୟତ ଅଧିନସ୍ଥ ରଜାମୁଣ୍ଡା ସ୍ଥିତ ଶ୍ରୀମା ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଉନବିଂଶ ତମ ବାର୍ଷିକୋତ୍ସବ ମହାସମାରୋହରେ ପାଳିତ ହୋଇ ଯାଇଛି। ଏହି ଅବକାଶରେ ଶିକ୍ଷାକେନ୍ଦ୍ରର ସଭାପତି ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅରୁଣ କୁମାର ନାଏକ ଙ୍କ ସଭାପତିତ୍ବରେ ଆୟୋଜିତ ଏହି ଉତ୍ସବରେ ବିଶିଷ୍ଟ ପରିବେଶବିତ ତଥା ଶିକ୍ଷାବିତ୍ ସୁବାସ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି , ଅବସର ପ୍ରାପ୍ତ ହିନ୍ଦୀ ଶିକ୍ଷକ ସୌଭାଗ୍ୟ କୁମାର ପଟେଲ ମୁଖ୍ୟବକ୍ତା, ସମିତି ସଭ୍ୟା ପ୍ରଭାବତୀ ବେହେରା, ଭୂମିଦାତ୍ରୀ ରତ୍ନମଞ୍ଜରୀ ଚୌଧୁରୀ, ଧୁଡ଼ିପାଲି ହାଇସ୍କୁଲର ପ୍ରଧାନ ଶିକ୍ଷକ ଦୋଳ ଗୋବିନ୍ଦ ସାହୁ, ଚନ୍ଦିନୀମାଲ ହାଇସ୍କୁଲର ପ୍ରଧାନ ଶିକ୍ଷକ କମଳ ଲୋଚନ ବେହେରା, ଅବସର ପ୍ରାପ୍ତ ଶିକ୍ଷକ ଡିସି ପଟେଲ ଓ ମାୟାଧର କାଲୋ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ଅତିଥିମାନେ ତାଙ୍କ ବକ୍ତବ୍ୟରେ ପୂର୍ଣ୍ଣାଙ୍ଗ ଶିକ୍ଷାର ଆବଶ୍ୟକତା ଓ ଶ୍ରୀ ଅରବିନ୍ଦଙ୍କ ଦର୍ଶନ ଉପରେ ଆଲୋଚନା କରିଥିଲେ । ପ୍ରାରମ୍ଭରେ ଛାତ୍ରୀମାନେ ସ୍ଵାଗତ ସଙ୍ଗୀତ ଗାନ କରିଥିବା ବେଳେ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ପୋଢ଼ ବାର୍ଷିକ ବିବରଣୀ ପ୍ରଦାନ କରିବା ସହ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ । ସହକାରୀ ଶିକ୍ଷକ ଦିବାକର ନାଏକ ଅତିଥି ପରିଚୟ ପ୍ରଦାନ କରିଥିଲେ । ଉପସ୍ଥିତ ଅତିଥିମାନେ କୃତି ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ପୁରସ୍କାର ଦେଇ ସମ୍ମାନିତ କରିଥିବା ବେଳେ ଅତିଥିମାନଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ମାନିତ କରିଥିଲେ । ଉତ୍ସବ ଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଶେଷରେ ସହକାରୀ ଶିକ୍ଷକ ବିଭୂତି ଭୂଷଣ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।
ସମ୍ବଲପୁର ଜିଲ୍ଲା ପ୍ରତିନିଧି କୈଳାସ ମହାରଣାଙ୍କ ରିପୋର୍ଟ ବିଏମସି ନ୍ୟୁଜ ଓଡ଼ିଶା
ରଜାମୁଣ୍ଡା ଶ୍ରୀମା ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଉନବିଂଶ ତମ ବାର୍ଷିକୋତ୍ସବ ପାଳିତ


