ରାୟଗଡ ; ତା-୦୪/୦୫ ( ବିଏମସି ଟିଭି ଓଡ଼ିଆ)
ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସ୍ୱାତି ଏସ କୁମାର, ବିଭାଗୀୟ ବନ ଅଧିକାରୀ ସଚିନ ଆନ୍ନାସାହେବ ଓହଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ , ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଶାନ୍ତ ମିଶ୍ର, ଉପଜିଲ୍ଲାପାଳ ରମେଶ କୁମାର ଜେନା, ପ୍ରକଳ୍ପ ପ୍ରଶାସକ ତଥା ସମନ୍ବିତ ଆଦିବାସୀ ଉନ୍ନୟନ ଅଧିକାରୀ ଚନ୍ଦ୍ରକାନ୍ତ ମାଝୀ ଓ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ ।

ଆଜି ମୋଟ ୪୧ଟି ଅଭିଯୋଗ ଜିଲ୍ଲାପାଳଙ୍କ ପାଖକୁ ଆସିଥିଲା । ସେଥି ମଧ୍ୟରୁ ୩୧ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୦୬ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ପଞ୍ଜିକରଣ ହୋଇଥିଲା । ଜିଲ୍ଲାପାଳ ଆଜି ମୋଟ ୪ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୪୦,୦୦୦ ଟଙ୍କାର ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ ଏବଂ ୬ଗୋଟି ଅଭିଯୋଗକୁ ତୁରନ୍ତ ଶୁଣାଣିକରି ଶିବିରରେ ଫୋଇସିଲା କରାଯାଇଥିଲା । ଅନ୍ୟ ସମସ୍ତ ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିବା ପରେ ଅଭିଯୋଗ ଗୁଡିକୁ ତଦନ୍ତକରି ତୁରନ୍ତ ପଦକ୍ଷେପ ନେବାପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

ରାୟଗଡା ରୁ ଜିଲ୍ଲା ପ୍ରତିନିଧି ମହେନ୍ଦ୍ର କନ୍ଧପାଣିଙ୍କ ରିପୋର୍ଟ ବିଏମସି ନ୍ଯୁଜ୍ ଓଡ଼ିଶା ।



