ସମ୍ବଲପୁର:ତା.୨୪/୦୯ (ବିଏମସି ଟିଭି ଓଡିଆ)
ସମ୍ବଲପୁର ଜିଲ୍ଲା ଯୁଯୋମୁରା ବ୍ଲକ୍ ଅନ୍ତର୍ଗତ ମହୁଲପାଲି ସ୍ଥିତ ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନ୍ଏସ୍) ପ୍ରତିଷ୍ଠା ଦିବସ ଉତ୍ସାହର ସହ ପାଳନ କରାଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଗିରିଶ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାର୍ବତୀ ଗିରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପୂର୍ବତନ ଏନ୍ଏସ୍ଏସ୍ କାର୍ଯ୍ୟକ୍ରମ ଅଧିକାରୀ ଡଃ ସରୋଜ କୁମାର ପଣ୍ଡା ଯୋଗଦେଇ ଗୋଷ୍ଠୀ ସେବା ମାଧ୍ୟମରେ ବ୍ୟକ୍ତିତ୍ୱ ବିକାଶ କରିବାକୁ ସ୍ୱେଚ୍ଛାସେବୀମାନଙ୍କୁ ଆହ୍ୱାନ ଦେଇଥିଲେ। ଏହି ଅବସରରେ ସ୍ଲୋଗାନ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଚିତ୍ରାଙ୍କନ ପ୍ରତିଯୋଗିତାରେ କିରଣ ଆମାନ୍ତ ପ୍ରଥମ, ମାମୁନି ନାଏକ ଦ୍ୱିତୀୟ ଓ ଜାମିନୀ ବିଶ୍ୱାଳ ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ ସ୍ଲୋଗାନ ପ୍ରତିଯୋଗିତାରେ ଚୁମକି ମାଝୀ ପ୍ରଥମ, ଜ୍ୟୋସ୍ନା ବିଶ୍ୱାଳ ଦ୍ୱିତୀୟ ଓ ନୀଳନି ହାତୀ ତୃତୀୟ ସ୍ଥାନ ଅଧିକାର କରିଥିଲେ। ସମସ୍ତ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିସହ ଜାତୀୟ ସଂହତି ଶିବିରରେ ଅଂଶଗ୍ରହଣ କରିଥିବା ଜ୍ୟୋସ୍ନା ବିଶ୍ୱାଳ ଓ ମାମୁନି ନାଏକଙ୍କୁ ମେଡାଲ ପ୍ରଦାନ କରି ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମ ଶେଷରେ ବୃକ୍ଷରୋପଣ, ରକ୍ତଦାନ ଏବଂ ବିଭିନ୍ନ ସାମାଜିକ ଓ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ସମାଜସେବା ଜାରି ରଖିବାକୁ ସ୍ୱେଚ୍ଛାସେବୀମାନେ ସଂକଳ୍ପ ନେଇଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ଏନ୍ଏସ୍ଏସ୍ କାର୍ଯ୍ୟକ୍ରମ ଅଧିକାରୀ ଶାନ୍ତନୁ ପ୍ରଧାନ ସଂଯୋଜନା କରିଥିବା ବେଳେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସହଯୋଗ କରିଥିଲେ।
ସମ୍ବଲପୁର ରୁ ଜିଲ୍ଲା ପ୍ରତିନିଧି କୈଳାସ ମହାରଣା ଙ୍କ ରିପୋର୍ଟ ବିଏମସି ନିୟୁଜ ଓଡ଼ିଶା।


