ରାୟଗଡ / ଚନ୍ଦ୍ରପୁର ; ତା.-୨୪/୧୧ ( ବିଏମସି ଟିଭି ଓଡ଼ିଆ)
ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି ।

ରାୟଗଡା ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ,ଗୁଣପୁର ଉପ ଜିଲ୍ଲାପାଳ, ଦୁଧାଳ ଅଭିଷେକ ଦିଲ୍ଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ତ୍ୟ ଅଧିକାରୀ ଡାକ୍ତର ସରୋଜିନୀ ଦେବୀ, ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୌମ୍ କାନ୍ତ ବଙ୍ଗାଳ, ତହସିଲଦାର ସୁନୀଲ, କୁମାର ପ୍ରଧାନ ସମିତି ଅଧ୍ୟକ୍ଷ କୋୟାନ କିମ୍ଵାକା ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ ।

ଆଜି ମୋଟ ୪୫ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୨୬ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୯ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଏହି ଅଭିଯୋଗ ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

ରାୟଗଡ଼ା ରୁ ରଞ୍ଜନ ମହାନ୍ତି ଙ୍କ ରିପୋର୍ଟ ବିଏମସି ନ୍ୟୁଜ୍ ଓଡ଼ିଶା।



