ବେଲଗୁଣ୍ଠା ; ତା-୧୭/୦୧ ( ବିଏମସି ଟିଭି ଓଡ଼ିଆ)
ବିଦ୍ୟାଳୟ ସ୍ତରୀୟ ପିଏମଶ୍ରୀ ଉତ୍ସବ ବେଲଗୁଣ୍ଠା ଜି.ଟି ହାଇସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା ମହାରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଯୋଗ ଦେଇ ନିଜ ବକ୍ତବ୍ୟ ରଖିଥିବା ବେଳେ ମୁଖ୍ୟ ବକ୍ତାଭାବେ ବିଡ଼ିଓ ସିଙ୍ଗାପୁରମ ହରି, ସମ୍ମାନିତ ଅତିଥି ଭାବେ ବେଲଗୁଣ୍ଠା ନଗରପାଳ ଫିରୋଜ ସେଠୀ, ବିଧାୟକ ପ୍ରତିନିଧି ଜିତେନ୍ଦ୍ର କୁମାର ନାୟକ, ସାଂସଦ ପ୍ରତିନିଧି ନାରାୟଣ ସାହୁ, କାଉନସିଲର ଦିବ୍ୟ ରଞ୍ଜନ ଦାଶ ଓ ପ୍ରଦୀପ ସେଠି, ବେଲଗୁଣ୍ଠା ଏନ ଏ ସି ନିର୍ବାହୀ ଅଧିକାରୀ ବିଭୁତି ଭୂଷଣ ବେହେରା, ଗୋଷ୍ଟୀ ଶିକ୍ଷା ଅଧିକାରୀ ଲୋପାମୁଦ୍ରା ରଥ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବ୍ରଜକିଶୋର ମହାରଣା, ତନରଡ଼ା ସି ଆର ସି ସି ମନୋଜ ପଟ୍ଟନାୟକ ଯୋଗ ଦେଇଥିଲେ l ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ, ବିଦ୍ୟାଳୟ ପରିଚାଳନା କମିଟି ଓ ଛାତ୍ରଛାତ୍ରୀ ପରିଚାଳନାରେ ସହଯୋଗ କରିଥିଲେ।

ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ରୁ ନାରାୟଣ ପଣ୍ଡାଙ୍କ ରିପୋର୍ଟ ବିଏମସି ନ୍ଯୁଜ ଓଡ଼ିଶା ।


