ବେଲଗୁଣ୍ଠା: ତା -୨୮/୦୨(ବିଏମସି ଟିଭି ଓଡ଼ିଆ)
ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅନୁଷ୍ଠାନର ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକ ଯୋଗ ଦେଇ ଏହି କାର୍ଯ୍ୟକ୍ରମ ଭାରତ ସରକାରଙ୍କର ଏକ ମହତ୍ କାର୍ଯ୍ୟକ୍ରମ ବୋଲି ମତ ବ୍ୟକ୍ତ କରିଥିଲେ । ସେହିପରି ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଅଶୋକ କୁମାର ସ୍ୱାଇଁ, ଡ.ପ୍ରଫୁଲ୍ଲ କୁମାର ଜେନା, କାର୍ଯ୍ୟକ୍ରମ ସଂଯୋଜିକା ପିଙ୍କି ପାତ୍ର, ମାଷ୍ଟର୍ ଟ୍ରେନର୍ ଶ୍ରୁତିମୟୀ ପାତ୍ର ଯୋଗ ଦେଇ ଛାତ୍ରୀଙ୍କ ଆତ୍ମ ସୁରକ୍ଷା ସମ୍ପର୍କରେ ମତ ଏବଂ ଅଭିଭାଷଣ ପ୍ରଦାନ କରିଥିଲେ । ଅଧ୍ୟାପିକା ପିଙ୍କି ପାତ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ଧନ୍ୟବାଦ ଜ୍ଞାପନ କରିଥିଲେ । ଆତ୍ମ ସୁରକ୍ଷା ତାଲିମ୍ ଗ୍ରହଣ କରିଥିବା ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା ।
ବେଲଗୁଣ୍ଠା ରୁ ନାରାୟଣ ପଣ୍ଡାଙ୍କ ରିପୋର୍ଟ ଵିଏମସି ନ୍ୟୁଜ୍ ଓଡ଼ିଶା।


