ଢେଙ୍କାନାଳ ;ତା-୨୩/୦୯(ବିଏମସି ଟିଭି ଓଡ଼ିଆ)
ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଉପଖଣ୍ଡ ସ୍ଥିତ ଆଦର୍ଶ ସ୍କୁଲରେ ଯୁବ ଜ୍ୟୋତିର୍ବିଜ୍ଞାନ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଢେଙ୍କାନାଳ ଜିଲ୍ଲା ସ୍ଥିତ ଟାଟାଷ୍ଟିଲ୍ ପକ୍ଷରୁ ଏହି ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ (YATS)ର ୨୦ତମ ସଂସ୍କରଣ ଆୟୋଜିତ ହୋଇଛି। ଗୁଣାତ୍ମକ ଶିକ୍ଷା ଭିତ୍ତିଭୂମିର ବିକାଶ ଏବଂ ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସହଯୋଗ କରିବା ଦିଗରେ ଟାଟା ଷ୍ଟିଲ୍ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଥିଲା।ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ (YATS) କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ସ୍କୁଲ୍ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଜ୍ୟୋତିର୍ବିଜ୍ଞାନ ଓ ମହାକାଶ ବିଜ୍ଞାନ ପ୍ରତି ଆଗ୍ରହ ଓ ଉତ୍ସୁକତା ସୃଷ୍ଟି କରିବା। ଏହି କାର୍ଯ୍ୟକ୍ରମରେ ଷଷ୍ଠରୁ ଦଶମ ଶ୍ରେଣୀର ୩୦୦ରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ଏମ୍ସିକ୍ୟୁ ପରୀକ୍ଷାରେ ଏବଂ ଷଷ୍ଠରୁ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀ କୁଇଜ୍ ପ୍ରତିଯୋଗିତାରେ ଭାଗ ନେଇଥିଲେ।କାର୍ଯ୍ୟକ୍ରମରେ ଟାଟା ଷ୍ଟିଲ୍ର ପ୍ରତିନିଧି,ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକ-ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ।
ଢେଙ୍କାନାଳ ରୁ ବିଭୁପ୍ରସାଦ ଶତପତି ଙ୍କ ରିପୋର୍ଟ ବିଏମସି ନିୟୁଜ ଓଡ଼ିଶା।


